ଭୁବନେଶ୍ବର ୧୯।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୪୨୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬, କଟକ, ଝାରସୁଗୁଡା, ପୁରୀ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, କେନ୍ଦ୍ରାପଡା, ବାଲେଶ୍ଵର ଓ କୋରାପୁଟରୁ ୩ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ମୟୂରଭଞ୍ଜ ଓ ନୂଆପଡାରୁ ୨ ଜଣ ଲେଖାଏଁ, କଳାହାଣ୍ଡି, ରାୟଗଡା, ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Regret to inform the demise of forty two numbers of Covid positive patients while under treatment in hospitals.
— H & FW Dept Odisha (@HFWOdisha) June 19, 2021
1.A 30 years old Male of Angul District who was also suffering from Sickle Cell Disease.
2.A 48 years old Female of Angul District.
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୭୩୯୨୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୦୪୭୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୨୯୮୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୦୨୮୮୧୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।
from Prameya News7 https://ift.tt/3wFk3YL

No comments: