ଭୁବନେଶ୍ୱର ୦୮।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୫୪୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ଜଣ ରହିଥିବା ବେଳେ ବରଗଡ଼, ଗଞ୍ଜାମ, ନୟାଗଡ଼, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କଳାହାଣ୍ଡି, କୋରାପୁଟ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ , ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, କଟକ, ଦେବଗଡ଼, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୩୨୩୩୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୫୮୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୦୦୨୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୪୧୫ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୪୩୩୫୮୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।
from Prameya News7 https://ift.tt/3yxzlPJ
No comments: