୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ୨ ମୃତ

ଜଳେଶ୍ୱର, ୧୦/୦୭: ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଜୀବନ ହାରିଲେ ୨  ଆରୋହୀ ।ଏପରି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅଞ୍ଚଳରେ ।

ସୂଚନା ଅନୁସାରେ, ବସ୍ତା ଥାନା ନିକଟ ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ  ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ବାଇକରେ ଥିବା ଆରୋହୀ ତଳେ ପଡିଯାଇଥିଲେ । ଘଟଣାସ୍ଥଳରେ ହିଁ ୨ଜଣଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାକୁ ପଠାଯାଇଛି । ତେବେ ମୃତାହତଙ୍କ ପରିଚୟ ମିଳିପାରି ନାହିଁ । ପୋଲିସ ଘଟଣାସ୍ଥଳରେ ପହଁ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।



from Prameya News7 https://ift.tt/3xxOJeP
୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ୨ ମୃତ ୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ୨ ମୃତ Reviewed by SUBHENDU BARAL on July 09, 2021 Rating: 5

No comments:

Powered by Blogger.