ରାଜ୍ୟରେ ସର୍ବାଧିକ ମୃତ, ଗତ ୨୪ଘଣ୍ଟାରେ କରୋନା ନେଲା ୫୨ଜଣଙ୍କ ଜୀବନ

ଭୁବନେଶ୍ୱର ୦୫।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୮୭୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ, ବରଗଡ, ଗଞ୍ଜାମ, କଳାହାଣ୍ଡି, ପୁରୀ, ସୁନ୍ଦରଗଡରୁ ୫ ଲେଖାଏଁ, କେନ୍ଦ୍ରାପଡାରୁ ୪ଜଣ, କଟକ, କନ୍ଧମାଳ, ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଝାରସୁଗୁଡା, କେନ୍ଦୁଝର, ନୟାଗଡ, ନୂଆପଡା, ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୪୬୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୯୬୨୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୯୦୭୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୪୮ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୪୧୨୫୫୧୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।



from Prameya News7 https://ift.tt/3jF1aBD
ରାଜ୍ୟରେ ସର୍ବାଧିକ ମୃତ, ଗତ ୨୪ଘଣ୍ଟାରେ କରୋନା ନେଲା ୫୨ଜଣଙ୍କ ଜୀବନ ରାଜ୍ୟରେ ସର୍ବାଧିକ ମୃତ, ଗତ ୨୪ଘଣ୍ଟାରେ କରୋନା ନେଲା ୫୨ଜଣଙ୍କ ଜୀବନ Reviewed by SUBHENDU BARAL on July 04, 2021 Rating: 5

No comments:

Powered by Blogger.