କନକ ବ୍ୟୁରୋ : ବରିଷ୍ଠ ବଲିଉଡ ଅଭିନେତା ଦିଲ୍ଲୀପ କୁମାରଙ୍କ ପରଲୋକ । ୯୮ ବୟସରେ ଆଖି ବୁଜିଲେ ଦିଲ୍ଲୀପ କୁମାର । ସେ ଆଜି ସକାଳ ୭.୩୦ ରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ନିଶ୍ୱାସ ନେବାରେ ଅସୁବିଧା ହେତୁ ଦିଲ୍ଲୀପ କୁମାରଙ୍କୁ ଜୁନ୍ ୨୯ ରେ ପୁଣି ଥରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଦିଲ୍ଲୀପ କୁମାର ଦୀର୍ଘ ସମୟ ଧରି ଅସୁସ୍ଥ ଥିଲେ।
ଦିଲ୍ଲୀପ କୁମାରଙ୍କ ପ୍ରକୃତ ନାମ ମହମ୍ମଦ ୟୁସୁଫ ଖାନ । ସେ ୧୧ ଡିସେମ୍ବର ୧୯୨୨ ରେ ଜନ୍ମଗ୍ରହଣ କରିଥିଲେ। ସେ ହିନ୍ଦୀ ସିନେମାରେ ପ୍ରଥମ ଖାନ ଭାବରେ ଜଣାଶୁଣା । ଦିଲ୍ଲୀପ କୁମାର ୧୯୪୪ ମସିହାରେ ବମ୍ବେ ଟକିଜ୍ ଦ୍ୱାରା ନିର୍ମିତ ଚଳଚ୍ଚିତ୍ର ‘ଜ୍ବାର ଭଟ୍ଟା’ ଫିଲ୍ମରେ ଅଭିନୟର କ୍ୟାରିଅର ଆରମ୍ଭ କରିଥିଲେ । ପ୍ରାୟ ପାଞ୍ଚ ଦଶନ୍ଧିର ଅଭିନୟ କ୍ୟାରିୟରରେ ୬୫ରୁ ଅଧିକ ଚଳଚ୍ଚିତ୍ରରେ କାମ କରିଥିଲେ । ଦିଲ୍ଲୀପ କୁମାରଙ୍କ କିଛି ଚଳଚ୍ଚିତ୍ର ହେଉଛି ଅନ୍ଦାଜ (୧୯୪୯), ଆନ୍ (୧୯୫୨), ଦାଗ୍ (୧୯୫୨), ଦେବଦାସ (୧୯୫୫), ଆଜାଦ (୧୯୫୫), ମୋଗଲ-ଏ-ଆଜମ (୧୯୬୦), ଗଙ୍ଗା ଯମୁନା (୧୯୬୧), ରାମ ଅର ଶ୍ୟାମ ( ୧୯୬୭) ପରି ଚଳଚ୍ଚିତ୍ରରେ ନିଜ ଅଭିନୟର ଛାପ ଛାଡିଛନ୍ତି ।
୧୯୭୬ ମସିହାରେ ଦିଲ୍ଲୀପ କୁମାର କାମରୁ ପାଞ୍ଚ ବର୍ଷର ବିରତି ନେଇଥିଲେ । ଏହା ପରେ ୧୯୮୧ ମସିହାରେ ସେ କ୍ରାନ୍ତି ଚଳଚ୍ଚିତ୍ର ସହିତ ପ୍ରତ୍ୟାବର୍ତ୍ତନ କରିଥିଲେ । ଏହା ପରେ ୱୋ ଶକ୍ତି (୧୯୮୨), ମଶାଲ (୧୯୮୪), କରମା (୧୯୮୬), ସୌଦାଗର (୧୯୯୧) ଫିଲ୍ମରେ ଅଭିନୟ କରିଛନ୍ତି । ତାଙ୍କର ଶେଷ ଚଳଚ୍ଚିତ୍ର ଥିଲା ‘କିଲା’ ଯାହା ୧୯୯୮ ରେ ମୁକ୍ତିଲାଭ କରିଥିଲା ।
from Kanak News https://ift.tt/2V9BPFv https://ift.tt/3qOVo1E
No comments: