ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ

ଭୁବନେଶ୍ୱର ୦୩।୦୮ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୨୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଧାରୁ ୨୩, କଟକରୁ ୯, ପୁରୀରୁ ୭, କେନ୍ଦ୍ରାପଡାରୁ ୬, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ମୟୂରଭଞ୍ଜରୁ ୩ ଜଣ ଲେଖାଏଁ, ଅନୁଗୋଳ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୦୮୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୩୨୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୦୩୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୨୨୩୯୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।



from Prameya News7 https://ift.tt/3fs8y02
ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ Reviewed by SUBHENDU BARAL on August 02, 2021 Rating: 5

No comments:

Powered by Blogger.