ଶନିବାର ଦକ୍ଷିଣ ଓଡିଶାରେ ଘଡଘଡି ସହ ବର୍ଷା ସମ୍ଭାବନା, ଦିନକ ପରେ ଲଘୁଚାପ

ଭୁବନେଶ୍ୱର,୦୯/୧୦: ଶନିବାର ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗବିତ୍‌ ଏଭଳି ପୂର୍ବାନୁମାନ କରିଛନ୍ତି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ଯେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟ ଜିଲ୍ଲାଗୁଡିକରେ କାଁ ଭାଁ କିଛି ସ୍ଥାନରେ ବର୍ଷା ହେବ ବୋଲି କେନ୍ଦ୍ର ଆକଳନ କରିଛି ।

ଅପରପକ୍ଷେ, ଗୋଟିଏ ଦିନ ପରେ ଉତ୍ତର ଆଣ୍ଡାମାନ ଲଘୁଚାପ ହେବାର ସମ୍ଭାବନା ରହିଛି । ଯାହା ଘନୀଭୂତ ହେବାର ସମ୍ଭାବନା ରହିଛି । ୪ରୁ ୫ଦିନ ମଧ୍ୟରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବ । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗବିତ୍‌ ଆକଳନ କରିଛନ୍ତି ।



from Prameya News7 https://ift.tt/3uX2ovm
ଶନିବାର ଦକ୍ଷିଣ ଓଡିଶାରେ ଘଡଘଡି ସହ ବର୍ଷା ସମ୍ଭାବନା, ଦିନକ ପରେ ଲଘୁଚାପ ଶନିବାର ଦକ୍ଷିଣ ଓଡିଶାରେ ଘଡଘଡି ସହ ବର୍ଷା ସମ୍ଭାବନା, ଦିନକ ପରେ ଲଘୁଚାପ Reviewed by SUBHENDU BARAL on October 08, 2021 Rating: 5

No comments:

Powered by Blogger.