ମେଷ– କାର୍ଯ୍ୟ ସିଦ୍ଧି ସାଙ୍ଗକୁ ବନ୍ଧୁମିଳନର ସୁଯୋଗ ସୃଷ୍ଟି କରିବ । ଆତ୍ମୀୟଙ୍କ ଗହଣରେ ଦୁଃଖକୁ ପାସୋରି ଦେବେ । ଶାରୀରିକ ସୁସ୍ଥତା ଓ ବନ୍ଧୁଙ୍କ ପରାମର୍ଶ ଯୋଗୁ ମନ ଖୁସି ରହିବ । ବନ୍ଧୁଙ୍କ ଅନୁରୋଧ ବଶତଃ ଦୂରଯାତ୍ରା କରିବାକୁ ପଡିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।
ବୃଷ – ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବ । ସହକର୍ମୀଙ୍କ ପରାମର୍ଶକ୍ରମେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ଆନୁଷ୍ଠାନିକ କାମ ସକାଶେ ଅନ୍ୟମାନଙ୍କ ଦ୍ୱାରା କାମ କରିପାରନ୍ତି । ଆଇନ, ଅଦାଲତ,ଜମିଜମା କ୍ଷେତ୍ରରେ କାର୍ଯ୍ୟ ସାଧିତ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ-ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ମିଥୁନ – ଆଜି ପ୍ରତ୍ୟେକ ପରିସ୍ଥିତିରେ ନିଜ ଲୋକ ଦ୍ୱାରା ସାହାର୍ଯ୍ୟ, ସହ-ଯୋଗ ର ଅଭାବ ରହିବ ନାହିଁ । ସନ୍ତାନ ହେତୁକ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ । ପରୋକ୍ଷ ଶତ୍ରୁତା କେତେକ କାମକୁ ସାମୟିକ ଅଟକାଇ ଦେଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ଅର୍ଥ ହାନୀ ହେବ ।
ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍କଟ-ଭୁଲ୍ ବୁଝାମଣା କାରଣରୁ ଅଶାନ୍ତିରେ ଅସ୍ଥିରତା ଅନୁଭବ କରିବେ । ପରିସ୍ଥିତିର ଅଙ୍କାବଙ୍କା ରାସ୍ତାରେ ଇଚ୍ଛା ନ ଥାଇ ମଧ୍ୟ ଚାଲିବାକୁ ବାଧ୍ୟ ହେବେ । ପାରିବାରିକ ଆବଶ୍ୟକତାକୁ ନେଇ ଖର୍ଚ୍ଚାନ୍ତ ହେବାକୁ ପଡିବ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ଗୃହିଣୀ- ପରକୁ ଆପଣାର କରିବେ ।
ସିଂହ – ଦୀର୍ଘ ସମୟ ଅତିକ୍ରାନ୍ତ ପରେ ଖୋଜୁଥିବା ଜିନିଷ ହଠାତ୍ ପାଇଯିବେ । ବିକ୍ଷିପ୍ତ ଭାବଧାରାର ଅବ୍ୟବସ୍ଥିତ ମନ ଜୀବନଯାତ୍ରାକୁ ବିଶୃଙ୍ଖଳିତ କରିପାରେ । ଏହା ବ୍ୟତୀତ ସବୁ ପ୍ରକାରର ସୁବିଧା ଥିଲେ ମଧ୍ୟ ପାରିବାରିକ ଜୀବନରେ କିଛିଟା ଅଭାବ ଅନୁଭବ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି-ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ-ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
କନ୍ୟା – ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି । କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି । କିନ୍ତୁ ହସ୍ତା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଏହାର ବିପରୀତ ଫଳ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ-ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ଅର୍ଥ ଲାଭ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।
ତୁଳା – ଗ୍ରହସ୍ଥିତିର ସୁପ୍ରଭାବରୁ ସବୁ କାମ କରିବାର ଧୈର୍ଯ୍ୟ ପୂର୍ଣ୍ଣମାତ୍ରାରେ ରହିବ । ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ତଥାପି ପରିସ୍ଥିତି ବଶତଃ କର୍ମକ୍ଷେତ୍ରରେ ଅପ୍ରିୟ ସତ କଥା କହି ବିରୋଧୀ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି-କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ବିଛା – ରପ୍ତାନି ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିପାରେ । ସ୍ୱାସ୍ଥ୍ୟରେ ଉନ୍ନତି, ଆର୍ଥିକ ପ୍ରଗତି, ଉନ୍ନତି ଚିନ୍ତା ଓ କାର୍ଯ୍ୟଧାରାର ଶୃଙ୍ଖଳତା ଅନୁଭବ କରି ଖୁସି ହୋଇପାରନ୍ତି । ତଥାପି ଅନୁରାଧା ନକ୍ଷତ୍ରର ବିଭିନ୍ନ ପାରିବାରିକ ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ଅର୍ଥ ଲାଭ ହେବ ।
ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
ଧନୁ – କ୍ରୀଡା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସଫଳତା ମିଳିବାର ବହୁତ ସମ୍ଭାବନା ରହିଛି । କେତେକ ସମସ୍ୟାକୁ ବାଦ୍ ଦେଲେ ପ୍ରାୟତଃ ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । ପାରିବାରିକ, ପ୍ରଶାସନ, ଯାନବାହନ,ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ମକର – କଠୋର କଥା କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ । ରାଜନୀତିରେ କିମ୍ବା ସାଙ୍ଗଠନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ବିଭିନ୍ନ ସୂତ୍ରରୁ ରୋଜଗାର ବୃଦ୍ଧି ପାଇବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଧାର୍ମିକ ହେବେ ।
କୁମ୍ଭ -କୌନସି କ୍ଷେତ୍ରରେ ତାହାକୁ ବିନିଯୋଗ କରିବା ପାଇଁ ମନସ୍ଥ କରିବେ । ଗଣତନ୍ତ୍ର ପ୍ରତୀକ ଶନି ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ କରାଇବାର ଆଶା ରହିଛି । ଜମିଜମା ବିବାଦର ସମାଧାନ ହେବା ଆଶା ଉଜ୍ଜ୍ୱଳତର ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ-ବ୍ୟାୟାମ୍ କରନ୍ତୁ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ମୀନ – ଅନ୍ୟମାନଙ୍କ ପରୋକ୍ଷ ଶତ୍ରୁତା ଆପଣଙ୍କ କୌଣସି କାମକୁ ଅଟକାଇ ପାରିବ ନାହିଁ । ସହକର୍ମୀଙ୍କ ସହାୟତାରେ ବକେୟା ଆଦାୟରେ ସକ୍ଷମ ହେବେ । ସଭାସମିତିରେ ବିଶିଷ୍ଟ ବ୍ୟକ୍ତିଙ୍କ କେତେକ ବ୍ୟକ୍ତିଗତ ପରାମର୍ଶ ଲଭିବା ସୁଯୋଗ ପାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ଚାଷୀ-କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ଅର୍ଥ ଲାଭ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।
from Prameya News7 https://ift.tt/wPL1mrj
No comments: