ମେ’ ୨୭ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ– ଆକସ୍ମିକ ଭାବରେ ଯାତ୍ରା କରିବାକୁ ପଡିପାରେ । ଆଜି ହଠାତ୍ ଜଣେ ବନ୍ଧୁଙ୍କ ସାହାର୍ଯ୍ୟରେ ଆଜିର କାମ ଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ଅପରାହ୍ନେ ଟେନ୍‌-ସନ କମିଯିବା ସାଙ୍ଗକୁ ସୁଖ ଭ୍ରମଣ ଯୋଗ ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ଟିକିଏ କଥାରେ ରାଗିଯାଇ ଯାହା ପଡିଲା ତାହା କହି ପକାଇବେ, ଫଳରେ କିଛି ସମସ୍ୟା ଆସିପାରେ । ପଡୋଶୀଙ୍କ ସାହାର୍ଯ୍ୟରୁ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି । କର୍ମକ୍ଷେତ୍ରରେ ନିଜର ଲୋକମାନେ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ମିଥୁନ – ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ଭାଙ୍ଗିପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ପିଲାମାନଙ୍କ ପଢା ସମସ୍ୟା ନେଇ ଭାରାନ୍ତ୍ରାନ୍ତ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କର୍କଟ –ଆଜି ଦିନଟିରେ ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବେ । ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହା ବ୍ୟସ୍ତତାର କାରଣ ହୋଇପାରେ । ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବା ସୂଚନା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ଚେଷ୍ଟା କରୁଥିବା କାମରେ ସନ୍ଧ୍ୟାରେ ସଫଳତା ଲାଭ କରି ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରରେ ସତ କହି ବିବାଦୀୟ ହୋଇପାରନ୍ତି । ବନ୍ଧୁଙ୍କ ସାହାର୍ଯ୍ୟ ଓ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ ଜରିବେ । ଶୁଭ ଅଙ୍କ ପିଚ୍ ।ଶୁଭ ଅଙ୍କ ୩ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

କନ୍ୟା – ବିଭିନ୍ନ କାର୍ଯ୍ୟ ବ୍ୟସ୍ତତା କାରନରୁ ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପାରେ । ଅଧ୍ୟାପନା , କ୍ରୀଡା, ସଙ୍ଗୀତ, ଚଳଚ୍ଚିତ୍ର, ସାହିତ୍ୟ ତଥା ପ୍ରତିଯୋଗିତା କ୍ଷେତ୍ରରୁ ପ୍ରଶଂସା ମିଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-ସହଯୋଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – କର୍ମକ୍ଷେତ୍ରରେ ସତ କହି ବିବାଦୀୟ ହୋଇପାରନ୍ତି । ବନ୍ଧୁଙ୍କ ସାହାର୍ଯ୍ୟ ଓ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । ବିଭିନ୍ନ କାର୍ଯ୍ୟ ବ୍ୟସ୍ତତା କାରଣରୁ ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପାରେ ।ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା –କର୍ମଜଞ୍ଜାଳ ବୃଦ୍ଧି କାରଣରୁ ମାନସିକ ସ୍ଥିରତା ଆଦୌ ରହିବ ନାହିଁ । କୌଣସି ପଦସ୍ଥବ୍ୟକ୍ତିଙ୍କ ସହାର୍ଯ୍ୟର ପ୍ରତିଶ୍ରୁତି ପାଇ ଟେନ୍‌-ସନ ଦୂର ହୋଇପାରେ । ପ୍ରତ୍ୟେକ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେବାର ସୂଚନା ରହିଛି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ଧନୁ – ବନ୍ଧୁ କାର୍ଯ୍ୟରେ ସହ-ଯୋଗୀ ହେବା ପ୍ରସ୍ତାବରେ କୁଣ୍ଠା ପ୍ରକାଶ କରି ସମାଲୋଚିତ ହୋଇପାରନ୍ତି । ଉପରିସ୍ଥ ପଦାଧରକାରୀଙ୍କନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ ।ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର – ସାଙ୍ଗଠନିକ କ୍ଷେତ୍ରରେ ଗୁତୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ନୂତନ ସ୍ଥାନ ପରିଦର୍ଶନ ସତ୍‌ସଙ୍ଗ ଓ ଆଧ୍ୟାତ୍ମିକତାରୁ ଶାନ୍ତି ଲାଭ କରିବେ । ସାମୟିକ ପ୍ରତିବନ୍ଧକ ପ୍ରଗତିପଥରେ ଅନ୍ତରାୟ ସୃଷ୍ଟି କରିବ ।ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ – ଯେଉଁôତ ପାଇଁ ଚିନ୍ତା କରୁଥିଲେ ଆଜି ତାହା ଅପରାହ୍ନେରେ ପାଇଯିବେ । ଆର୍ଥିକ ଦୂରବସ୍ଥା କାରଣରୁ ଇଚ୍ଛା କଲେ ମଧ୍ୟ କୌଣସି ଜିନିଷ କିଣି ନ ପାରି ମନ ଦୁଃଖ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ-ଧାର୍ମିକ ହେବେ ।

ମୀନ – ହଠାତ୍ ଶତ୍ରୁମାନଙ୍କ ମିତ୍ର ଭଳି ଆଚରଣ ଆପଣଙ୍କୁ ବିସ୍ମୟାଭୀଭୂତ କରିପାରେ । ଶାରୀରିକ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ପରେ ଏଥିପାଇଁ ବହୁମୂଲ୍ୟ ଦେବାକୁ ପଡିବ । ଆତ୍ମୀୟଙ୍କ ଅନୁରୋଧରେ କୌଣସି ଆନୁଷ୍ଠାନିକ କାର୍ଯ୍ୟ ସକାଶେ ବିଚାରବିମର୍ଶ ଚଳାଇ ପାରନ୍ତି ।ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ । ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ସୁଖଭାରା ଦିନଟି ।



from Prameya News7 https://ift.tt/2GxOSB3
ମେ’ ୨୭ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ ମେ’ ୨୭ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ Reviewed by SUBHENDU BARAL on May 26, 2022 Rating: 5

No comments:

Powered by Blogger.