ମେଷ–ଆଜି ମାନସିକ ଅଶାନ୍ତିର ସମ୍ମୁଖୀନ ହେବାକୁ ପଡିପାରେ । ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା କାରଣରୁ ଉପକୃତ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ଧାର୍ମିକ ହେବେ ।
ବୃଷ – କର୍ମକ୍ଷେତ୍ରରେ ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ । ବିଭିନ୍ନ ବିଷୟରେ ସହ ମତାନ୍ତର ଘଟିପାରେ । ବିଭିନ୍ନ ବିଷୟରେ ଚିନ୍ତା କରିବା କାରଣରୁ ଟେନ୍ ସନ ଲାଗି ରହିବ । ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ଚିନ୍ତାକୁ ବଢାଇଦେବ । ଶୁଭ ରଙ୍ଗ ନାଲି । ଶୁଭ ଅଙ୍କ ୫ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ମିଥୁନ -ଧର୍ମକାର୍ଯ୍ୟ ସକାଶେ ଉତ୍ସାହିତ ରହିବେ । ବିବାଦୀୟ ପରିସ୍ଥିତିରେ, ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କଲେ ମନ୍ଦ ହେବନି । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଚେଷ୍ଟା କରୁଥିବା କାର୍ଯ୍ୟ ହାସଲ କରି ନେବା ସକାଶେ ନୂତନ ଦିଗ ପ୍ରତି ଚିନ୍ତା କରିପାରନ୍ତି ।ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୪ ।
ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
କର୍କଟ–ଆଜି ଆପଣ କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବେ ରହିପାରିବେ ନାହିଁ । କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢାଇବେ । ପାରସ୍ପରିକ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୮ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ସୁଖୀ ହେବେ ।
ସିଂହ – ମନରେ ସାହସ ବାନ୍ଧି କୌଣସି ନୂଆ କାମ ଆରମ୍ଭ କଲେ ଅବଶ୍ୟ ସଫଳତା ପାଇବେ । ବନ୍ଧୁମାନେ ଈର୍ଷାନ୍ୱିତ ହୋଇପାରନ୍ତି । କିନ୍ତୁ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିପାରନ୍ତି । ପାରିପାଶ୍ୱିର୍କ ପରିସ୍ଥିତି କେତେକାଂଶରେ ଭଲ ରହିବ । ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୨ ।
ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ-ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
କନ୍ୟା – କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ପ୍ରତିବନ୍ଧକ ଦେଖା ଦେବ । ପାରିବାରିକ କ୍ଷେତ୍ରରେ ନିଜ ଲୋକମାନଙ୍କୁ ସନ୍ଦେହ କରି ଅପ୍ରିୟତା ଅର୍ଜନ କରିପାରନ୍ତି । ଅଫିସରେ ସାଧାରନ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- କୀର୍ତ୍ତି ସ୍ତମ୍ବ ସ୍ଥାପନ କରିବେ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ତୁଳା- ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନରେ ଭୟ ସୃଷ୍ଟି କରିପାରେ । ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି । ମନ ଅସ୍ଥିର ରହିବା କାରଣରୁ ପରିବାର ଭିତରେ ଝଡ ଉଠିପାରେ । କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ ।ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୩ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ବିଛା – ଏକାଧିକ ସମସ୍ୟାର ସମ୍ମୁଖୀନ ହୋଇ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌନସି କାମ ଉତ୍ସାହପ୍ରଦ ହେବ ନାହିଁ । ମାଲିମୋକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଲ ସମାଧାନ ହୋଇଯିବ । ଆଜି ଅଫିସ୍ କାମର ଜଞ୍ଜାଳ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇ ନେବେ । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୬ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
ଧନୁ –ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ । ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଲିବା ପାଇଁ ବାଧ୍ୟ ହେବେ । ମନ ଭଲ ନ ଥିବା କାରଣରୁ କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଅଘାତ ଦେଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି-କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ମକର – ଯାତ୍ରା, ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ବେଶ ଖୁସି ରହିବେ । ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ । ଆଜି ଦିନରେ ଯାହା କରିବା ସକାଶେ ମନଓୀ କରିଛନ୍ତି ଅବଶ୍ୟ ବହୁତ ଭଲ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
କୁମ୍ଭ – ବନ୍ଧୂମାନଙ୍କ ସହାୟତାରେ ନିଶ୍ଚିତ ସମସ୍ୟାମୂଲକ ଅସୁବିଧାରୁ ମିକୁଳିଯାଇ ପାରନ୍ତି । ସାୟାହ୍ନେରେ ଅସମର୍ଥିତ ସୂତ୍ରରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ଆଲୋଚନା, ଗଠନମୂଳକ କାମ , ଲେଖାପଢା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି-ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ମୀନ – ଆଜି ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ସହକର୍ମୀଙ୍କ ସହାୟତାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ପୂର୍ବ ସମସ୍ୟା କୁ କେନ୍ଦ୍ର କରି ମାନସିକ ସ୍ତରରେ କଷ୍ଟ ଅନୁଭବ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୱାନ୍ ହେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
from Prameya News7 https://ift.tt/Z1gwuEk

No comments: