ମେ’ ୧୦ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ – ଆପଣଙ୍କୁ ସାମାଜିକ ସମ୍ମାନ ଓ ଉଚ୍ଚ ପଦପଦବୀ ପ୍ରଦାନ କରିବେ । ଚେଷ୍ଟା କରୁଥିବା କାମଗୁଡିକ ସୁବିଧାରେ ଓ ସୁରୁଖୁରୁରେ ହୋଇଯିବ । ଘରେ ବନ୍ଧୁମିଳନ ସହ ଖୁସିର ଆସର ଜମିପାରେ । ବାଣିଜ୍ୟ, ବ୍ୟବସାୟ ଦିଗଟି ସନ୍ତୋଷଜନକ ରହିବ ।ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ-ଧାର୍ମିକ ହେବେ ।

ବୃଷ – ବନ୍ଧୁମାନଙ୍କ ସହ ଗର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ । ଆନୁଷ୍ଠାନିକ କିମ୍ବା ମାଙ୍ଗଳିକ କାର୍ଯ୍ୟ ସକାଶେ ତତ୍ପରତା ବଢିଯିବ । କଚେରି ମାମଲା କ୍ଷେତ୍ରରେ ଆଶା ଜନକ ଫଳ ପାଇବେ । ସାଧାରଣ ଘଟଣାକୁ ଦୁର୍ଘଟଣା ମନେ କରି ଚିନ୍ତିତ ରହିପାରନ୍ତି ।ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମିଥୁନ -କାର୍ଯ୍ୟ ଦକ୍ଷତା ଓ ସମୟାନୁବର୍ତ୍ତିତା କାରଣରୁ କର୍ମକ୍ଷେତ୍ରରେ ଉନ୍ନତ ଫଳ ପାଇବେ । ଖୋଜୁଥିବା ଜିନିଷ, ଦରକାରି କାଗଜପତ୍ର କିମ୍ବା ସରକାରୀ ସୁବିଧା ସହଜରେ ପାଇଯିବେ । ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବା ଯୋଗୁ ସାମାଜିକ ଜୀବନରେ ପ୍ରଶଂସାର ପାତ୍ର ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ-ଉଦ୍ଦେଶ୍ୟ ପ୍ରଣୋଦିତ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି । ଋଣ ସୂତ୍ରରେ ଅର୍ଥ ଲାଭ କରିବେ ଏବଂ କୌଣସି କର୍ମାରମ୍ଭ କରିପାରନ୍ତି । ନୂତନ ଗୃହୋପଯୋଗୀ ଜମିଜମା ସମ୍ପର୍କିତ କଥାରେ ଅଗ୍ରଗତି ଘଟିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଚାଷୀ-ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖୀ ହେବେ ।

ସିଂହ – ସାସ୍କୃତିକ କାର୍ଯ୍ୟକ୍ରମ ଓ ସାହିତ୍ୟ, କଳା ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି । ଅନ୍ୟ କଥାରେ ପ୍ରଭାବିତ ହୋଇ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍ ଧାରଣା ପୋଷଣ କରିପାରେ । ପାରିବାରିକ ସ୍ତରରେ କିଛିନା କିଛି ଅସୁବିଧା ସୃଷ୍ଟି ହେବ ।ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ଓ ଶିଳ୍ପ, ବାଣିଜ୍ୟ ଏବଂ ଏଜେନ୍ସିପରୁ ଖୁସି ରହିବେ । ଭଲ କଥା କହିଲେ ମଧ୍ୟ ବନ୍ଧୁ ଭୁଲ୍ ବୁଝିବେ । ଦୀର୍ଘ ଦିନରୁ କର୍ମକ୍ଷେତ୍ରରେ ରହି ଆସିଥିବା ସମସ୍ୟାର କାରଣରୁ ମାନସିକ ସ୍ଥିତି ଠିକ୍ ରହି ନ ପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା – ସମ୍ପର୍କୀୟଙ୍କ ସନ୍ଦେହଜନକ କାର୍ଯ୍ୟକଳାପ ହେତୁ ଅନ୍ୟକୁ ସହଜରେ ବିଶ୍ୱାସ କରିପାରିବେ ନାହିଁ । ମନ୍ଦ ମଧ୍ୟରେ ପାରିବାରିକ ସଦ୍ ଭାବ ଅକ୍ଷୁଣ୍ଣ ରହିବ ।ଆଜି ଗୁଡିଏ କାମ ହାତକୁ ନେଇ ବିଶ୍ରାମହୀନ କାମ କରିବାକୁ ପଡିପାରେ । ପରିବାରର ଆବଶ୍ୟକତାକୁ ଉପଲବ୍ଧି କରି ମୂଲ୍ୟବାନ୍ ଜିନିଷ କିଣିବା ସକାଶେ ମନ ବଳାଇପାରନ୍ତି ।ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ବିଛା – ସରକାରୀ ସ୍ତରରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ପଦସ୍ଥ ବ୍ୟକ୍ତି ବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ । ତରବରିଆ କୌଣସି କାମ କଲେ ସବୁ ଓଲଟପାଲଟ ହୋଇଯିବ । ବାରମ୍ବାର ବିଫଳତା ପରେ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।

ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖଭାରା ଦିନଟି ।

ଧନୁ – ଅନ୍ୟମନସ୍କତା କିମ୍ବା ଅସାବଧାନତା ହେତୁ ସାମୟିକ ଯାତ୍ରାରେ ଅସୁବିଧା ଘଟିପାରେ । ଆଜିର ଅଧିକାଂଶ ସମୟ ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ କଟାଇବେ । ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ, ଜାଣିଶୁଣି କେତେ ଜଣ ବ୍ୟକ୍ତି ସମସ୍ୟା ସୃଷ୍ଟି କରିପାରନ୍ତି । ।ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ-କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ଧାର୍ମିକ ହେବେ ।

ମକର – ଅଫିସିଆଲ କାମରେ ଟେନ୍ ସନ କିଛି ମାତ୍ରାରେ ବଢିଯିବ । ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାର୍ଯ୍ୟ କରିବେ । ଭୁଲ୍ ବୁଝାମଣା କାରଣରୁ ପରିବାର ଓ ପରିବହନରେ ସମସ୍ୟା ଦେଖା ଦେବ । ଯାତ୍ରାରେ ଜିନିଷ ପତ୍ର ସତର୍କ ରହନ୍ତୁ ଏବଂ ମାଙ୍ଗଳିକ କାମରୁ ଖୁସି ରହିବେ ।ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ -ବନ୍ଧୁ କରୁଥିବା କାର୍ଯ୍ୟର ବିଳମ୍ବତାକୁ ଲକ୍ଷ୍ୟ କରି ବ୍ୟସ୍ତ ହୋଇପଡିବେ । ଜ୍ୱର ଜନିତ ପୀଡା ବୃଦ୍ଧି ଘଟିବା ଆଶଙ୍କା ରହିଛି । ଘର କଥା କହି ବନ୍ଧୁଙ୍କ ,ମନରେ ବିଶ୍ୱାସ ହେଲା ଭଳି କାମ କରି ପରକ୍ଷଣରେ ଅନୁତପ୍ତ ହେବେ । ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ ।ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।
ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ -ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭଲ ସମ୍ପର୍କ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତି । ପ୍ରଶାସନ କ୍ଷେତ୍ରରେ ସଫଳତା ହାସଲ କରିବେ । ବନ୍ଧୁଙ୍କ କରିଆରେ ମୂଲ୍ୟବାନ୍ ଦ୍ରବ୍ୟଲାଭରୁ ଖୁସି ହେବେ । ବିଭିନ୍ନ କାମରେ କ୍ଷତିର ସାମ୍ନା କରି ଅନ୍ୟମାନଙ୍କୁ ବିଶ୍ୱାସ କରିପାରିବେ ନାହିଁ ।ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।



from Prameya News7 https://ift.tt/d0A4XTH
ମେ’ ୧୦ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ ମେ’ ୧୦ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ Reviewed by SUBHENDU BARAL on May 09, 2022 Rating: 5

No comments:

Powered by Blogger.