ମେଷ– ପ୍ରକଳ୍ପ କାର୍ଯ୍ୟ, ପରିବହନ, ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ । ବନ୍ଧୁଙ୍କ ଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ଉଦ୍ରେକ ହୋଇପାରେ । ନୂତନ ଯାଗା ବାଡି କିଣିବାକୁ ଆଗ୍ରହ ପ୍ରକାଶ କରିବେ । ଆର୍ଥିକ କ୍ଷେତ୍ରରେ ସଫଳତା ପାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ-ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି-ପ୍ରମୋସନ୍ ମିଳିବ ।
ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ବୃଷ – ପରିବାର ସଦସ୍ୟଙ୍କ ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ଯେଉଁ କାମରେ ହାତ ଦେବା ପାଇଁ ଚିନ୍ତା କରୁଛନ୍ତି, ତାହା ଆପଣଙ୍କୁ ଦ୍ୱନ୍ଦ୍ୱାତ୍ମକ ସ୍ଥିତିରେ ପକାଇ ଦେଇପାରେ । ଦୂର ସ୍ଥାନରୁ ଶୁଭ ଖବର ମିଳିବ । ଉତ୍ତରାଧିକାରୀ ସୂତ୍ରେ ଧନ ଲାଭ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ-ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
ମିଥୁନ – ଆଜିର ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ ରହିବ । ଜନ କଲ୍ୟାଣ କାର୍ଯ୍ୟରେ ପ୍ରତିଷ୍ଠା ଲାଭ କରିବେ । ଉପର ହାକିମଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଗୋ ସେବା କରି ଉତ୍ତମ ଫଳ ପାଇବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
କର୍କଟ – ଅର୍ଥନୈତିକ, ସାମାଜିକ, ପାରିବାରିକ, କଳାତ୍ମକ ଦିଗ ସକାଶେ ଦିନଟି ବହୁତ ଭଲ । ମାନସିକ ଚିନ୍ତା ବଢିଯିବ । ମହିଳାମାନେ ଦେବାଦେବୀ ପୂଜାରେ ମନ ଦେବେ । ଦିନଟି ମଧ୍ୟମ ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।
ସିଂହ – କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଲଦି ପାରନ୍ତି । ପାରିବାରିକ କ୍ଷେତ୍ରରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ବିବାଦରେ ଜୟ ଲାଭ କରିବେ । ବହୁ ଦିନରୁ ଥିବା ଯୋଜନା କାର୍ଯ୍ୟକାରୀ କରି ସଫଳ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
କନ୍ୟା – ପରିବାରର ଛୋଟ ଛୋଟ କଥାକୁ କେନ୍ଦ୍ର କରି କଳହର ସମ୍ମୁଖୀନ ହୋଇପାରନ୍ତି । କର୍ମକ୍ଷେତ୍ରରେ ବିଚାର ବୁଦ୍ଧି ପ୍ରୟୋଗ କରି ପ୍ରତ୍ୟେକ ସମସ୍ୟାର ସରଳ ସମାଧାନ କରିପାରିବେ । ପରିବହନ, ପ୍ରଶାସନ କ୍ଷେତ୍ରରେ ସଫଳତା ମିିଳିବ । ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ପରକୁ ଆପଣାର କରିବେ ।
ତୁଳା – ସାମାଜିକ ସ୍ତରରେ ଆପଣଙ୍କ ଦକ୍ଷତାର ମୂଲ୍ୟାୟନ ହେବା ସଙ୍ଗକୁ ପୁରସ୍କୃତ ହୋଇପାରନ୍ତି । ବାଣୀଜ୍ୟ କ୍ଷେତ୍ରରେ ଉନ୍ନତି ଓ ପାରିବାରିକ ସମ୍ପର୍କ ମଧୁର ହେବ । ଗବେଷଣା କ୍ଷେତ୍ରରେ ପିଲାମାନେ ମନ ବଳାଇବେ । ମହିଳାମାନେ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ-ସୁଖୀ ହେବେ ।
ବିଛା – ଅଫିସ୍ କାମରେ ସାମୟିକ ଭୁଲ୍ ବୁଝାମଣା ଯୋଗୁ ମାନସିକ ସ୍ଥିରତା ରହି ନ ପାରେ । ରାଜନୀତିରେ ସଫଳତା ପାଇବେ । ପ୍ରଶାସନ, ଶିକ୍ଷା, ଶିଳ୍ପ, ପରିବହନ କ୍ଷେତ୍ରରେ ଅଗ୍ରଗତି କରିବେ । ପିଲାମାନେ ଶିକ୍ଷା ପାଇଁ ସିରିୟସ୍ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ଧନୁ –ଶୀଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଲାଭବାନ୍ ହେବେ । ପାରିବାରିକ ସୌଖ୍ୟ ଲାଭ ଓ ନୂତନ ଦ୍ରବ୍ୟ ପ୍ରାପ୍ତି ହେବ । ପାରିବାରିକ ସ୍ଥିତି ବଳବାନ ,ପ୍ରଶାସନ କ୍ଷେତ୍ରରେ ସଫଳ ହୋଇପାରନ୍ତି । ମହିଳାମାନେ ଦେବାଦେବୀ ପୂଜାରେ ମନ ଦେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ମକର – ପରିବାରର ଅର୍ଥନୈତିକ ଅଭିବୃଦ୍ଧି ଘଟିବା କାରଣରୁ ମନ ପ୍ରଫୁଲ୍ଲ ରହିବ । କର୍ମକ୍ଷେତ୍ରରେ ସମସ୍ୟା ପୂର୍ବପରି ରହିବ । ବାଣିଜ୍ୟ, ଜ୍ଞାନ, ଗବେଷଣାରେ ସଫଳତା ପାଇବେ । ବୈଦ୍ୟୁତିକ ଓ ଯାନ୍ତ୍ରିକ ପଦାର୍ଥରୁ ସଫଳତା ମିଳିବ । ପ୍ରେମିକାମାନଙ୍କର ଇଚ୍ଛା ପୂରଣ ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଧାର୍ମିକ ହେବେ ।
କୁମ୍ଭ – କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇପାରନ୍ତି, ଯାହା କି କାମଟି ଅପୂର୍ଣ୍ଣ ରହିଯିବ । ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା ଓ ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ନୂତନ କର୍ମରେ ଯୋଗଦାନ କରିବେ । ପାରିବାରିକ କ୍ଷେତ୍ରରେ ଉନ୍ନତି ଓ ପଡୋଶୀଙ୍କ ସହ ସମ୍ପର୍କ ଭଲ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି-ସହଯୋଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ-ଧାର୍ମିକ ହେବେ ।
ମୀନ – ଯେତେ ରାଗି ଥିଲେ ମଧ୍ୟ ଟିକିଏ ଫୁସୁଲା ଫୁସୁଲି କଥାରେ ମନ ବଦଳି ଯିବ । ପିତାମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ହେବେ । ଗୃହ ପରିବର୍ତ୍ତନ କରିବେ । ଚାକିରୀ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ପାଇବେ । ଦିନଟି ମଧ୍ୟମ ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
from Prameya News7 https://ift.tt/HrQN4gY
No comments: