ଜୁନ୍‌ ୦୪ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ– ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରାଇବେ । ଉଚ୍ଚାଧିକାରିଙ୍କ ସହ-ଯୋଗ ମନକୁ ପ୍ରଫୁଲ୍ଲିତ କରିବ । ପରିବାରରେ ଅଶାନ୍ତି ଦୁର ହେବା ପାଇଁ ବନ୍ଧୁଙ୍କ ସାହାର୍ଯ୍ୟ ନେଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।

 ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

 ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

 ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।

 କର୍ମଜୀବି-ପ୍ରଶଂସିତ ହେବେ ।

 ବ୍ୟବସାୟୀ-ଅର୍ଥ ଲାଭ ହେବ ।

 ଗୃହିଣୀ-ଧାର୍ମିକ ହେବେ ।

ବୃଷ – କର୍ମକ୍ଷେତ୍ରରେ ସମ୍ମାନ ପାଇବେ । କିନ୍ତୁ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କରି ଅନୁତପ୍ତ ହୋଇପାରନ୍ତି। ବିବାଦିୟ ପରିସ୍ଥିତିକୁ ସ୍ୱାଭାବିକ କରିବା ମାନସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଚୁକ୍ତିପତ୍ର ସମ୍ପାଦନ କ୍ଷେତ୍ରରେ ସୁଫଳ ପାଇବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।

 ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।

 ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

 କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

 ଛାତ୍ରଛାତ୍ରୀ- ଥଣ୍ଡା କାଷ ହୋଇପାରେ ।

 ରୋଗୀ-ବ୍ୟାୟାମ୍ କରିବା ଉଚିତ୍ ।

 ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ – ଆପଣ ଭୁଲ୍ ନିଷ୍ପତ୍ତି ନେଇ ସମସ୍ୟାକୁ ନିମନ୍ତ୍ରଣ କରିବେ । ସନ୍ତାନମାନଙ୍କ ସ୍ୱାସ୍ଥ୍ୟହାନି କିମ୍ବା ବିଶୃଙ୍ଖଳା ଯୋଗୁ ଦୁଶ୍ଚିନ୍ତାଗ୍ରସ୍ତ ହୋଇପାରନ୍ତି । ଶୁଭେଚ୍ଛୁମାନଙ୍କ ଦ୍ୱାରା ପ୍ରଶଂସା ପାଇବା ସମୟରେ ନିନ୍ଦୁକ ଗୋଷ୍ଠୀ କୁତ୍ସାରଟନା କରିବେ ।ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

 ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

 ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

 ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।

 କର୍ମଜୀବି-ଅର୍ଥ ହାନୀ ହେବ ।

 ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।

 ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ବ୍ୟବସାୟ, ପ୍ଲଟିଂ କାରବାର କ୍ଷେତ୍ରରେ ସଫଳତା ପାଇବେ ନାହିଁ । ଦୂରଯାତ୍ରା ପାଇଁ ପ୍ରସ୍ତୁତ ହୋଇପାରନ୍ତି । ବ୍ୟବସାୟିକ ସ୍ଥିତି ବହୁତ ଭଲ ରହିବ । ସାମାଜିକ ସ୍ତରରେ ଅନ୍ୟାୟ ବିରୋଧରେ ସ୍ୱର ଉଠାଇବେ ସତ କିନ୍ତୁ ସହ-ଯୋଗ ପାଇବେନି ।ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

 ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

 ବ୍ୟବସାୟୀ-ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

 କର୍ମଜୀବି-ସଫଳତା ହାତ ଛଡା ହୋଇଯିବ ।

 ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।

 ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।

 ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ସିଂହ – ଅର୍ଥାଭାବ ନ ଥିଲେ ମଧ୍ୟ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ଟଙ୍କା ପଇସା ଅଭାବ ଅନୁଭବ କରିପାରନ୍ତି । ପାରିବାରିକ ଜୀବନରେ ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରନ୍ତି । ପ୍ରତ୍ୟେକ ପରିସ୍ଥିତିର ସଫଳ ମୁକାବିଲା କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

 ରୋଗୀ-ଅସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।

 କର୍ମଜୀବି-ସମ୍ମାନିତ ହେବେ ।

 ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।

 ଗୃହିଣୀ-ସୁଖ ଅନୁଭବ କରିବେ ।

କନ୍ୟା – ବନ୍ଧୁଙ୍କ କଥାରେ ବିଶ୍ୱାସ କରି ନିର୍ଦ୍ଦିଷ୍ଟ ସମୟରେ ନିରାଶ ହେବାକୁ ପଡିବ । ସ୍ୱାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ସୁସ୍ଥତା ରହି ନ ପାରେ । କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ୍ଚ ଘଟିପାରେ । ପାରିବାରିକ କ୍ଷେତ୍ରରେ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।

 ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 କର୍ମଜୀବି- କରତ୍‌କର୍ମା ହେବେ ।

 ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

 ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

 ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ତୁଳା – ମାଙ୍ଗଳିକ କାମ ପରିପ୍ରେକ୍ଷୀରେ ଗାଡି, ମୋଟର, ଯାନ୍ତ୍ରିକ ଜିନିଷ କିମ୍ବା ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି । ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ପାଇପାରିବେ । କର୍ମ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା  ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ଶୁଭ ରଙ୍ଗଗ୍ରୀନ୍ । ଶୁଭ ୨ ।

 ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

 ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

 ଛାତ୍ରଛାତ୍ରୀ-ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

 କର୍ମଜୀବି-କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

 ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

 ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବିଛା – ଉଚ୍ଚବର୍ଗଙ୍କ ସହାୟତା ଲାବ କରି ସ୍ଥଗିତ କାମର ପୁନରୁଦ୍ଧାର କରିପାରନ୍ତି । ଦୀର୍ଘ ଦିନରୁ କ୍ଷୁଣ୍ଣ ହୋଇଥିବା ସମ୍ପର୍କ ପୁନଶ୍ଚ ଫେରିପାଇବେ । ବନ୍ଧୁ ନିମନ୍ତ୍ରଣ ପାଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ । ଅଭାବ ନ ଥିଲେ ମଧ୍ୟ ମାନସିକ ସୁସ୍ଥତା ଅଭାବରୁ କୌଣସି ସୁଖଦ ପରିସ୍ଥିତି ମଧ୍ୟ ଉପଭୋଗ୍ୟ ହୋଇପାରିବ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।

 ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

 ବ୍ୟବସାୟୀ-ନୂଆ ଡିଲ୍ ମିଳିବ ।

 କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।

 ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

 ରୋଗୀ-ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

 ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ – ପ୍ରକାଶନ, ପ୍ରଶାସନ, ରଚନାତ୍ମକ କାମ, ଗବେଷଣା, ଅନୁସନ୍ଧାନ, କଳା, ସାହିତ୍ୟ ପ୍ରଭୃତି କ୍ଷେତ୍ରରେ ଶୁଭଫଳ ପାଇବେ । ପ୍ରଭାବଶାଳୀ ଯୋଗୁ ଲକ୍ଷ୍ୟ ସାଧନ କରିପାରିବେ । ଆର୍ଥିକ ସ୍ଥିତି ମଧ୍ୟ ମନ୍ଦ ହେବନି, କିନ୍ତୁ ଋଣ ଭାର କ୍ରମଶଃ ବୃଦ୍ଧି ପାଉଥିବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।

 ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

 ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

 ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।

 କର୍ମଜୀବି-ପ୍ରଶଂସିତ ହେବେ ।

 ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।

 ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମକର – ଦୀର୍ଘ ପ୍ରତୀକ୍ଷାର ଅବସାନ ଘଟିବ, ହଠାତ୍ କୌଣସି ଖବର ପାଇ ଖୁସି ହେବେ । ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ବନ୍ଧୁଙ୍କ ସମସ୍ୟାକୁ ସୁଧାରି ନେବେ । ସ୍ୱାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ହେତୁ ଚିନ୍ତା କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।

 ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।

 ଛାତ୍ରଛାତ୍ରୀ-ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

 ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।

 ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କୁମ୍ଭ  – ସ୍ଥଗିତ କାମକୁ ଆଜି ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବା ଦ୍ୱାରା ଅଟକି ଥିବା କାମ ତ୍ୱରାନ୍ୱିତ ହେବ । ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।

 ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

 ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ-ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

 କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।

 ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

 ଗୃହିଣୀ-ସୁଖ ଅନୁଭବ କରିବେ ।

ମୀନ – କର୍ମକ୍ଷେତ୍ରରେ ସାମାନ୍ୟ ସୁଧାର ଆସିଲେ ମଧ୍ୟ ପାରିବାରିକ ସ୍ଥିତି ପୂର୍ବ ପରି ରହିବ । ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ସଭାସମିତିରେ ବନ୍ଧୁ ମିଳନରୁ ଆନନ୍ଦିତ ହେବ । କର୍ମକ୍ଷେତ୍ରରେ ପକ୍ଷପାତିତାର ବିରୋଧ କରି କଳହ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।

 ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

 ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

 କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

 ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

 ରୋଗୀ-ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

 ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।



from Prameya News7 https://ift.tt/PU1uosc
ଜୁନ୍‌ ୦୪ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ ଜୁନ୍‌ ୦୪ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ Reviewed by SUBHENDU BARAL on June 03, 2022 Rating: 5

No comments:

Powered by Blogger.