ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ । ପ୍ରବଳ ବର୍ଷା ନେଇ ୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର Kanak News
କନକ ବ୍ୟୁରୋ : ମୌସୁମୀ ଛୁଇଁବା ପରଠାରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ବର୍ଷା ଜାରି ରହିଛି । ରାଜ୍ୟରେ ଆଗାମୀ ୪ ଦିନ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅର୍ଥାତ୍ ଆଜି ଠାରୁ ୨୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।
ଜୁନ୍ ୧୫ରୁ ୨୫ ତାରିଖ ଯାଏଁ ରାଜ୍ୟରେ ୯୮ ଦଶମିକ ୩ ମିଲିମିଟର୍ ବର୍ଷା ରେକର୍ଡ କରାଯାଇଛି । ଯାହା ପରିଧି ସମୟ ମଧ୍ୟରେ ରାଜ୍ୟର ସ୍ୱାଭାବିକ ବର୍ଷା ୯୪ ଦଶମିକ ୭ ପ୍ରତିଶତ ତୁଳନାରେ ପାଖାପାଖି ୪ ପ୍ରତିଶତ ଅଧିକ । ଅର୍ଥାତ୍ ଜୁନ୍ ୧୬ ତାରିଖରେ ରାଜ୍ୟରେ ମୌସୁମୀ ଛୁଇଁବା ପରଠାରୁ ରାଜ୍ୟରେ ମୌସୁମୀ ବର୍ଷା ସ୍ୱାଭାବିକ ରହିଛି । ଆଜି ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।
The post ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ । ପ୍ରବଳ ବର୍ଷା ନେଇ ୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର first appeared on Kanak News.
from Kanak News https://ift.tt/hq8wHUg https://ift.tt/dXwkQUt
No comments: