ଆଜି ପବିତ୍ର ସ୍ନାନପୂର୍ଣ୍ଣିମା : ୧୦୮ କଳସ ଜଳରେ ସ୍ନାନ କରିବେ ଶ୍ରୀଜିଉ, ପଢନ୍ତୁ କିଏ କେତେ ଗରା ଜଳରେ କରିବେ ସ୍ନାନ ? Kanak News

କନକ ବ୍ୟୁରୋ : ଶ୍ରୀଜିଉଙ୍କ ସ୍ନାନଯାତ୍ରା । ରତ୍ନ ସିଂହାସନରେ ଦର୍ଶନ ଦେଉଥିବା ଚତୁର୍ଦ୍ଧାମୂର୍ତ୍ତି ଆଜି ଅଗଣିତ ଭକ୍ତଙ୍କୁ ସ୍ନାନବେଦିରୁ ଦର୍ଶନ ଦେବେ । ଦୁଇବର୍ଷ ପରେ ପୁଣିଥରେ ଭକ୍ତ ଓ ଭଗବାନଙ୍କ ମହାମିଳନ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।

ଦେବସ୍ଥାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଯେପରି ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ’ ବୋଲି କୁହାଯାଏ ।

ପ୍ରାଚୀନ କାଳରେ ମଧ୍ୟ ଓଡ଼ିଶାରେ ଛୁଆଟିଏ ଜନ୍ମ ହେଲେ ତାହାକୁ ଅଣତୁଠ ପାଣି ମିଶ୍ରଣ କରାଯାଇ ସ୍ନାନ କରିବାର ପରମ୍ପରା ରହିଥଲା । ଏହାଦ୍ୱାରା ଦୁଷ୍ଟ ଶକ୍ତିଙ୍କ ପ୍ରଭାବ କଅଁଳା ପିଲାଙ୍କ ଉପରେ ପଡ଼େନାହିଁ । ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ ।

ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ । ଏହାକୁ “ପ୍ରତ୍ୟେକ୍ଷ ଅବକାଶ” କହନ୍ତି । ପ୍ରଭୁଙ୍କୁ ଏହି ଦିନ ଗଜାନନ ବେଶ କରାଯାଏ । ଏହି ଦିନ ରାଘବଦାସ ମଠ ପକ୍ଷରୁ ଦେବୀ ସୁଭଦ୍ରାଙ୍କୁ ଫୁଲଚୂଳ, ଚନ୍ଦ୍ରିକା ଓ ଛତ୍ରି ନାଗି କରାଯାଇ ବେଶ କରାଯାଏ । ଗୋପାଳତୀର୍ଥ ମଠଦ୍ୱାରା ପ୍ରଦତ୍ତ ଶ୍ରୀବଳଭଦ୍ରଙ୍କୁ ଗଜାନନ ବେଶ ଓ ଶୁଦର୍ଶନଙ୍କୁ ଚକ୍ର ଲାଗି କରାଯାଏ । ଏହି ଦିନ ତିନି ଧୂପ ବଦଳରେ ଗୋଟିଏ ଧୂପ ଦିଆଯାଏ ।

The post ଆଜି ପବିତ୍ର ସ୍ନାନପୂର୍ଣ୍ଣିମା : ୧୦୮ କଳସ ଜଳରେ ସ୍ନାନ କରିବେ ଶ୍ରୀଜିଉ, ପଢନ୍ତୁ କିଏ କେତେ ଗରା ଜଳରେ କରିବେ ସ୍ନାନ ? first appeared on Kanak News.



from Kanak News https://ift.tt/rbnkYZV https://ift.tt/ntFuiL0
ଆଜି ପବିତ୍ର ସ୍ନାନପୂର୍ଣ୍ଣିମା : ୧୦୮ କଳସ ଜଳରେ ସ୍ନାନ କରିବେ ଶ୍ରୀଜିଉ, ପଢନ୍ତୁ କିଏ କେତେ ଗରା ଜଳରେ କରିବେ ସ୍ନାନ ? Kanak News ଆଜି ପବିତ୍ର ସ୍ନାନପୂର୍ଣ୍ଣିମା : ୧୦୮ କଳସ ଜଳରେ ସ୍ନାନ କରିବେ ଶ୍ରୀଜିଉ, ପଢନ୍ତୁ କିଏ କେତେ ଗରା ଜଳରେ କରିବେ ସ୍ନାନ ? Kanak News Reviewed by SUBHENDU BARAL on June 13, 2022 Rating: 5

No comments:

Powered by Blogger.