ଆଜିଠୁ ୪ ଦିନ ପ୍ରବଳ ବର୍ଷା : ୫ ଜିଲ୍ଲାକୁ ଅରେଞ୍ଜ, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ Kanak News

କନକ ବ୍ୟୁରୋ : ଆଜିଠୁ ୫ ଜିଲ୍ଲାରେ ପ୍ରବଳ ବର୍ଷା । ବରଗଡ଼, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ସୋନପୁର ଜିଲ୍ଲା ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଅରେଞ୍ଜ ୱାର୍ଣ୍ଣିଂ । ଆଜିଠୁ ୩ ରୁ ୪ ଦିନ ଯାଏ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା । ଏଥିସହ ବର୍ଷା ନେଇ ରାଜ୍ୟ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ବିଭାଗ । ଅନୁଗୁଳ, କଟକ, ଢେଙ୍କାନାଳ, ଜଗତସିଂହପୁର ଏବଂ ଯାଜପୁର ଜିଲ୍ଲାକୁ ଅଧିକ ବର୍ଷା ନେଇ ସୂଚନା ।

ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ସକ୍ରିୟ ମୌସୁମୀ ଯୋଗୁ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ବର୍ଷା ଯୋଗୁ କିଛି ସ୍ଥାନରେ ପାଣି ଜମିବାର ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କ ସତର୍କ ରହିବାକୁ ପରାମର୍ଶ ଦେଇଛି ଏସଆରସି । ଗତ ୨୪ ଘଣ୍ଟାରେ ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ନବରଙ୍ଗପୁର ଝରିଗାଁରେ ସର୍ବାଧିକ ୧୧୮ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ସେହିପରି ନବରଙ୍ଗପୁର ଉମରକୋଟ ଏବଂ ବରଗଡ଼ର ବରପାଲି ଅଂଚଳରେ ୧୦୪ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।

The post ଆଜିଠୁ ୪ ଦିନ ପ୍ରବଳ ବର୍ଷା : ୫ ଜିଲ୍ଲାକୁ ଅରେଞ୍ଜ, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ first appeared on Kanak News.



from Kanak News https://ift.tt/DFdIlzx https://ift.tt/MPSgpyf
ଆଜିଠୁ ୪ ଦିନ ପ୍ରବଳ ବର୍ଷା : ୫ ଜିଲ୍ଲାକୁ ଅରେଞ୍ଜ, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ Kanak News ଆଜିଠୁ ୪ ଦିନ ପ୍ରବଳ ବର୍ଷା : ୫ ଜିଲ୍ଲାକୁ ଅରେଞ୍ଜ, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ Kanak News Reviewed by SUBHENDU BARAL on July 13, 2022 Rating: 5

No comments:

Powered by Blogger.