ବାଂଲାଦେଶ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୪ ଦିନ ଯାଏ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହାସହ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି।
ବର୍ଷା ନେଇ ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାର ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ପରବର୍ତ୍ତୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଆଉ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଆଲର୍ଟ ଜାରି ହୋଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ବଙ୍ଗଳାଦେଶ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଥିବା ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡିଶା ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି | pic.twitter.com/sYJAZfZSWC
— Meteorological Centre, Bhubaneswar (@mcbbsr) July 3, 2022
from Latest Odisha News, Breaking News Today | Top Updates on Corona - OTV News https://ift.tt/rwLbyDJ
No comments: