ଗତ କିଛି ଦିନ ଧରି ହେଉଥିବା ଧୁଧୁ ଖରାରୁ ଲୋକଙ୍କୁ ଆଶ୍ୱସ୍ତି ମିଳିଛି। ଭୁବନେଶ୍ୱର, କଟକ, ପୁରୀ ସମେତ କିଛି ଉପକୂଳ ଜିଲ୍ଲାରେ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ରାଜ୍ୟରେ ସକ୍ରିୟ ଥିବା ମୌସୁମୀ ବାୟୁ ପ୍ରଭାବରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଉପକୂଳରେ ବର୍ଷା ଆରମ୍ଭ ହୋଇଛି।
ଅନ୍ୟପକ୍ଷେ, ଆସନ୍ତା ୨ ଦିନ ଯାଏ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି ହୋଇଛି। କାଲି ସକାଳ ସାଢ଼େ ୮ଟା ଯାଏ ଏହିସବୁ ଜିଲ୍ଲାକୁ ୱାର୍ଣିଂ ଜାରି କରାଯାଇଛି।
ସେହିପରି ଜୁଲାଇ ୭ ତାରିଖ ସକାଳ ସାଢ଼େ ୮ଟାରୁ ଜୁଲାଇ ୮ ତାରିଖ ସକାଳ ସାଢ଼େ ୮ଟା ଯାଏ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
from Latest Odisha News, Breaking News Today | Top Updates on Corona - OTV News https://ift.tt/46a2dHs
No comments: