
କନକ ବ୍ୟୁରୋ : ପଶ୍ଚିମ କେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଆଜି ଠାରୁ ଆଗାମୀ ୪ ଦିନ ସମଗ୍ର ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆଜି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
କୋରାପୁଟ, କନ୍ଧମାଳ, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ସେହିପରି କଳାହାଣ୍ଡି, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତାକାଲି ଲଘୁଚାପର ପ୍ରଭାବ ବଢ଼ିବା ସହ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବାର ସମ୍ଭାବନା ରହିଛି । ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ରାଜ୍ୟରେ ୧୨ ତାରିଖ ଯାଏଁ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି ।
The post ଆଜିଠୁ ପ୍ରବଳ ବର୍ଷିବ : ୧୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି first appeared on Kanak News.
from Kanak News https://ift.tt/jnwFyS8 https://ift.tt/54aueVI
No comments: