ଆଜିଠୁ ବଢ଼ିବ ବର୍ଷାର ପ୍ରଭାବ : ୧୧ ଜିଲ୍ଲା ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ Kanak News

କନକ ବ୍ୟୁରୋ : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଅଧିକ ଘନୀଭୂତ ହେବାରେ ଲାଗିଥିବା ବେଳେ ଆଜିଠୁ ବର୍ଷାର ପ୍ରଭାବ ଓ ବିସ୍ତୃତି ବଢ଼ିବ । ଆଜି ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଖୋର୍ଦ୍ଧା, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କଟକ । ଏହିସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ପାଇଁ ମଧ୍ୟ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୧୩ ତାରିଖ ଯାଏଁ ବର୍ଷା ହେବ । ୧୨ ଓ ୧୩ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହୋଇପାରିବ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ଅନୁମାନ କରିଛି ।

The post ଆଜିଠୁ ବଢ଼ିବ ବର୍ଷାର ପ୍ରଭାବ : ୧୧ ଜିଲ୍ଲା ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ first appeared on Kanak News.



from Kanak News https://ift.tt/Spn9EW6 https://ift.tt/8zvhj4H
ଆଜିଠୁ ବଢ଼ିବ ବର୍ଷାର ପ୍ରଭାବ : ୧୧ ଜିଲ୍ଲା ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ Kanak News ଆଜିଠୁ ବଢ଼ିବ ବର୍ଷାର ପ୍ରଭାବ : ୧୧ ଜିଲ୍ଲା ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ Kanak News Reviewed by SUBHENDU BARAL on September 09, 2022 Rating: 5

No comments:

Powered by Blogger.