ପାଣିପାଗ ବିଭାଗର ଓ୍ୱାର୍ଣ୍ଣିଂ- ଆଜି ୧୧ ଜିଲ୍ଲାରେ ବର୍ଷିବ ! Rajalaxmi Sahoo

ଅବପାତ ଦୁର୍ବଳ ହୋଇଥିଲେ ବି ଦକ୍ଷିଣରୁ ଉତ୍ତରକୁ ବାୟୁ ପ୍ରବାହ ରହୁଥିବାରୁ ଆଜି ମଧ୍ୟ କିଛି ସ୍ଥାନରେ ବର୍ଷାର ପ୍ରଭାବ ରହିବ। ଆଜି ବର୍ଷା ସମ୍ଭାବନା ନେଇ ୧୧ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା-  ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଏବଂ ନୟାଗଡ଼। ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ଏହିସବୁ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲ୍ଲାର କିଛି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା। ୧୬ ଓ ୧୭ ତାରିଖରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବାବେଳେ ୧୮ରୁ ପୁଣି ବର୍ଷା ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେପ୍ଟେମ୍ବର ୧୮ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ। 

 



from Latest Odisha News, Breaking News Today | Top Updates on Corona - OTV News https://ift.tt/f9A47vh
ପାଣିପାଗ ବିଭାଗର ଓ୍ୱାର୍ଣ୍ଣିଂ- ଆଜି ୧୧ ଜିଲ୍ଲାରେ ବର୍ଷିବ ! Rajalaxmi Sahoo ପାଣିପାଗ ବିଭାଗର ଓ୍ୱାର୍ଣ୍ଣିଂ- ଆଜି ୧୧ ଜିଲ୍ଲାରେ ବର୍ଷିବ ! Rajalaxmi Sahoo Reviewed by SUBHENDU BARAL on September 13, 2022 Rating: 5

No comments:

Powered by Blogger.