୨୪ ଘଣ୍ଟାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା; ୨୩ ଜିଲ୍ଲାକୁ ଚେତାବନୀ Rajalaxmi Sahoo

ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ। ରାଜ୍ୟର ୨୩ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପୂର୍ବାନୁମାନ କରିଛି। ଏନେଇ ଏହିସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୪ରୁ ୫ ଦିନ ଯାଏ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। 

ସେହିପରି ଅନେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର,କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ ବାଲେଶ୍ୱର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହୋଇପାରେ।

ଗଞ୍ଜାମ, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ-ପଶ୍ଚିମ ମୌସୁମୀର ସକ୍ରିୟତା ଯୋଗୁ ପଞ୍ଜାବର ଭାଟିଣ୍ଡା, ହରିଆଣାର ରୋହତକ ଓ ଉତ୍ତରପ୍ରଦେଶର ଶାହାଜାନପୁର ମଧ୍ୟରେ ଏକ ଟ୍ରପ୍‌ ଲାଇନ୍‌ ସୃଷ୍ଟି ଫଳରେ ଉତ୍ତର ଭାରତରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।  



from Latest Odisha News, Breaking News Today | Top Updates on Corona - OTV News https://ift.tt/I85fRJT
୨୪ ଘଣ୍ଟାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା; ୨୩ ଜିଲ୍ଲାକୁ ଚେତାବନୀ Rajalaxmi Sahoo ୨୪ ଘଣ୍ଟାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା; ୨୩ ଜିଲ୍ଲାକୁ ଚେତାବନୀ Rajalaxmi Sahoo Reviewed by SUBHENDU BARAL on September 04, 2022 Rating: 5

No comments:

Powered by Blogger.