ଆଜି ୧୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ । ୨୫ରେ ସୃଷ୍ଟି ହୋଇପାରେ ଆଉଏକ ଘୂର୍ଣ୍ଣିବଳୟ Kanak News
କନକ ବ୍ୟୁରୋ : ଉତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ଏହାର ପ୍ରଭାବ ଆଜି ମଧ୍ୟ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆଜି ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଅବିଭକ୍ତ କଟକ ଜିଲ୍ଲା, ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ମୟୂରଭଞ୍ଜ, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାସହ ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବା ସହ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପଟି ଆସନ୍ତା ୨ରୁ ୩ ଦିନ ଯାଏଁ ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଉତର ଓଡ଼ିଶା-ଉତର ଛତିଶଗଡ଼ ଦେଇ ଗତି କରିବାର ସମ୍ଭାବନା ରହିଛି । ସେପଟେ ଆସନ୍ତା ୨୫ ତାରିଖରେ ଉତର ବଙ୍ଗୋପସାଗରରେ ପୁଣିଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
The post ଆଜି ୧୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ । ୨୫ରେ ସୃଷ୍ଟି ହୋଇପାରେ ଆଉଏକ ଘୂର୍ଣ୍ଣିବଳୟ first appeared on Kanak News.
from Kanak News https://ift.tt/gDhsjH7 https://ift.tt/3NLWmSc
No comments: