ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ :  ଗଣପର୍ବ ପାଇଁ ସମସ୍ତେ ପ୍ରସ୍ତୁତ; ଚାଷୀ ପ୍ରଥମ ଅମଳ ଧାନକୁ ନିଜ ଇଷ୍ଟଦେବୀଙ୍କ ପାଖରେ ଅର୍ପଣ କରିବ Kanak News

କନକ ବ୍ୟୁରୋ : ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଗଣପର୍ବ ପାଇଁ ସମସ୍ତେ ପ୍ରସ୍ତୁତ । ଚାଷୀ ତାର ପ୍ରଥମ ଅମଳ ଧାନକୁ ନିଜ ଇଷ୍ଟଦେବୀଙ୍କ ପାଖରେ ଅର୍ପଣ କରିବ । ନୂଆଁଖାଇ ପାଇଁ ଘରେ ଘରେ ଆରମ୍ଭ ହୋଇଗଲାଣି ପିଠାପଣା ପ୍ରସ୍ତୁତି । ନିର୍ଦ୍ଧାରିତ ଲଗ୍ନ ଅନୁସାରେ ପଶ୍ଚିମ ଓଡିଶାର ଇଷ୍ଟଦେବୀ ମାଁ ସମଲେଶ୍ୱରୀଙ୍କ ନିକଟରେ ସକାଳ ୧୦ଟା ୨୭ ରୁ ୧୦ଟା ୪୨ ମଧ୍ୟରେ ମାଙ୍କ ନିକଟରେ ନବାନ୍ନ ଲାଗି ହେବ । ନୂଆଁଲାଗି ସାରିବା ପରେ ପରିବାର ସହ ଏକାଠି ନୂଆଁଖାଇବେ ପଶ୍ଚିମ ଓଡିଶାବାସୀ । ପରେ ଜୁହାରଭେଟ୍ ତାପରେ ନୂଆଁଖାଇ ଭେଟଘାଟରେ ଦୁଲୁକିବ ଗାଁଠୁ ସହର ।

ଧାନ ଅମଳର ଖୁସିରେ ଚାଷୀମାନେ ଏହାକୁ ପାଳନ କରିଥାନ୍ତି । ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ । ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସହଳ ଆମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ । ଚାଷୀ ପ୍ରଥମକରି ଆମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନବାନ୍ନ ଭକ୍ଷଣ । ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ନୂଆଁଖାଇ କୁହାଯାଏ । ନୂଆଖାଇ ପାଳନ ନିମନ୍ତେ ଆଗରୁ “ଲଗନ” ବା “ତିଥି” ନିର୍ଣ୍ଣୟ କରି ପୂଜା ଆଦି ସହ ଆରିସା ପିଠା ଭୋଗ କରାଯାଇଥାଏ ।

The post ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ :  ଗଣପର୍ବ ପାଇଁ ସମସ୍ତେ ପ୍ରସ୍ତୁତ; ଚାଷୀ ପ୍ରଥମ ଅମଳ ଧାନକୁ ନିଜ ଇଷ୍ଟଦେବୀଙ୍କ ପାଖରେ ଅର୍ପଣ କରିବ first appeared on Kanak News.



from Kanak News https://ift.tt/Mk51pfz https://ift.tt/pQFDYf2
ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ :  ଗଣପର୍ବ ପାଇଁ ସମସ୍ତେ ପ୍ରସ୍ତୁତ; ଚାଷୀ ପ୍ରଥମ ଅମଳ ଧାନକୁ ନିଜ ଇଷ୍ଟଦେବୀଙ୍କ ପାଖରେ ଅର୍ପଣ କରିବ Kanak News ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ :  ଗଣପର୍ବ ପାଇଁ ସମସ୍ତେ ପ୍ରସ୍ତୁତ; ଚାଷୀ ପ୍ରଥମ ଅମଳ ଧାନକୁ ନିଜ ଇଷ୍ଟଦେବୀଙ୍କ ପାଖରେ ଅର୍ପଣ କରିବ Kanak News Reviewed by SUBHENDU BARAL on September 19, 2023 Rating: 5

No comments:

Powered by Blogger.