ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି Rajalaxmi Sahoo

ଆଜି ପୁଣି ଥରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜଭବନରେ ବିଶ୍ରାମ ନେବେ । ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ।

ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି । ପାରାଦୀପରେ ଗୋପବନ୍ଧୁ ଷ୍ଟାଡିୟମ ନିକଟ ହେଲିପ୍ୟାଡ୍‌ରେ ସେନା ହେଲିକପ୍ଟର ମକ୍‌ଡ୍ରିଲ୍ କରିଛି । କେନ୍ଦ୍ରାଞ୍ଚଳ ଆଇଜି ଆଶିଷ କୁମାର ସିଂ ମଧ୍ୟ ପାରାଦୀପରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ।

ଆଜି ପୁଣି ଥରେ ସ୍ପଟ୍ ରିହର୍ସଲ କରିବ ପୋଲିସ । ହେଲିପ୍ୟାଡ୍‌ରୁ ବୋଇତ ବନ୍ଦାଣ କାର୍ଯ୍ୟକ୍ରମସ୍ଥଳ ପର୍ଯ୍ୟନ୍ତ ମୁତୟନ ରହିବେ ପୋଲିସ ଫୋର୍ସ । ଏସ୍‌ପିଙ୍କ ସମେତ ୫ କମାଣ୍ଡାଣ୍ଟ ରାଙ୍କ୍ ଅଫିସର, ୧୩ ଡିଏସ୍‌ପି ଏବଂ ୩୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ ।



from Latest Odisha News, Breaking News Today | Top Updates on Corona - OTV News https://ift.tt/eTkwE0s
ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି Rajalaxmi Sahoo ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି Rajalaxmi Sahoo Reviewed by SUBHENDU BARAL on November 25, 2023 Rating: 5

No comments:

Powered by Blogger.