BIG Breaking: ଜେଲରୁ ମୁକୁଳିଲେ ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ Tanmay Kumar Mahalik

ଜେଲରୁ ମୁକୁଳିଲେ ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ । ଅର୍ଚ୍ଚନାଙ୍କୁ ହାଇକୋର୍ଟ ପକ୍ଷରୁ ଜାମିନ ମିଳିବା ପରେ ଆଜି ସେ ଜେଲରୁ ବାହାରିଛନ୍ତି । ମୋଟ୍‌ ୩ଟି ମାମଲାରେ ତାଙ୍କୁ କୋର୍ଟ ଜାମିନ ପ୍ରଦାନ କରିବା ପରେ ଆଇନ୍‌ ଅନୁସାରେ ବାହାରକୁ ବାହାରିଛନ୍ତି ଅର୍ଚ୍ଚନା । 

୧୪ ମାସ ପରେ ଝାରପଡ଼ା ଜେଲରୁ ବାହାରିଲେ ଅର୍ଚ୍ଚନା । ଇଡି ମାମଲାରେ ହାଇକୋର୍ଟରୁ ଜାମିନ ମିଳିବା ପରେ ମୁକୁଳିଲେ । ଅର୍ଚ୍ଚନାଙ୍କୁ ନେବାକୁ ଜେଲ୍‌କୁ ଆସିଥିଲେ ସ୍ୱାମୀ ଜଗବନ୍ଧୁ ଚାନ୍ଦ । ଅନ୍ୟପଟେ ଜେଲ୍‌ରୁ ବାହାରିବା ପରେ ଗଣମାଧ୍ୟମକୁ ଅର୍ଚ୍ଚନା ନାଗ କହିଛନ୍ତି କୋର୍ଟଙ୍କ ଦ୍ୱାରସ୍ଥ ହେବେ । କୋର୍ଟଙ୍କ ନିକଟରେ
ସବୁ ତଥ୍ୟ ପ୍ରମାଣ ଦାଖଲ କରିବେ ।

ସୂଚନା ଥାଉ କି ଗତ ୪ ତାରିଖରେ ଅର୍ଚ୍ଚନା ନାଗଙ୍କୁ ଜାମିନ ମିଳିଥିଲା । ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ । ତେଣୁ ସେ ଆଜି ଜେଲରୁ ମୁକୁଳିଛନ୍ତି । ପୂର୍ବରୁ ୨ଟି ମାମଲାରେ ମଧ୍ୟ ଅର୍ଚ୍ଚନାଙ୍କୁ ଜାମିନ ପ୍ରଦାନ କରିଥିଲେ କୋର୍ଟ । ସମସ୍ତ ୩ଟି ମାମଲାରେ ଜାମିନ ମିଳିଥିବାରୁ ଅର୍ଚ୍ଚନା ଜେଲରୁ ମୁକୁଳିବା ସ୍ପଷ୍ଟ ହୋଇଥିଲା । ଆଇନ୍‌ ଅନୁସାରେ ଆଜି ଅର୍ଚ୍ଚନା ଜେଲରୁ ବାହାରିଛନ୍ତି ।

ଅର୍ଚ୍ଚନାଙ୍କ ନାଁରେ ପୂର୍ବରୁ ନୟାପଲ୍ଲୀ ଥାନାରେ ମାମଲା ହୋଇଥିଲା । ସେହିପରି ଖଣ୍ଡଗିରି ଥାନା ମାମାଲାରେ ଅର୍ଚ୍ଚନାଙ୍କୁ ଜାମିନ ପ୍ରଦାନ କରିଥିଲେ ହାଇକୋର୍ଟ । ଏପ୍ରିଲ ୧୧ରେ ନୟାପଲ୍ଲୀ ଥାନା ମାମଲାରେ ତାଙ୍କୁ ଜାମିନ ପ୍ରଦାନ କରିବା ସହ ବାହାରକୁ ନଯିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ସେହିଭଳି ଅଗଷ୍ଟ ୨ରେ ଖଣ୍ଡଗିରି ଥାନା ମାମଲାରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଥିଲା ।

ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ବଡ଼ବଡ଼ିଆଙ୍କୁ ହନିଟ୍ରାପରେ ଫସାଇ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ହୋଇଥିବା ଅଭିଯୋଗ ହେବା ପରେ ସମଗ୍ର ରାଜ୍ୟରେ ଏହା ଚହଳ ପକାଇଥିଲା । ଏହି ଘଟଣାରେ ଜଣକ ପରେ ଜଣେ ନେତାଙ୍କ ନାଁ ମଧ୍ୟ ସାମ୍ନାକୁ ଆସିଥିଲା । ଘଟଣାକୁ ନେଇ ଯାଞ୍ଚ କରିବା ପରେ ଜଣକ ପରେ ଜଣକୁ ଅଫିସକୁ ଡକାଇ ଜେରା କରିଥିଲା ଇଡି ।



from Latest Odisha News, Breaking News Today | Top Updates on Corona - OTV News https://ift.tt/TaknVt7
BIG Breaking: ଜେଲରୁ ମୁକୁଳିଲେ ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ Tanmay Kumar Mahalik BIG Breaking: ଜେଲରୁ ମୁକୁଳିଲେ ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ Tanmay Kumar Mahalik Reviewed by SUBHENDU BARAL on December 11, 2023 Rating: 5

No comments:

Powered by Blogger.